Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:14-20 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:14-20 in ଓଡିଆ ବାଇବେଲ

14 ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
15 ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
16 ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
18 ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।
19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।
20 ଆଉ, ଯାଜକ ହୋମ ବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14 in ଓଡିଆ ବାଇବେଲ