Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:2-7

Help us?
Click on verse(s) to share them!
2“କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
3ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘା’ ସୁସ୍ଥ ହୋଇଥାଏ,
4ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
5ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
6ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
7ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:2-7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:2-7