Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:21-25

Help us?
Click on verse(s) to share them!
21ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;
22ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
23ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।
24ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍‍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।
25ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:21-25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:21-25