Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:3-12

Help us?
Click on verse(s) to share them!
3ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘା’ ସୁସ୍ଥ ହୋଇଥାଏ,
4ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
5ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
6ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
7ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
8ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
9ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
10ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।
11ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
12ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:3-12ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:3-12