Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:36-42

Help us?
Click on verse(s) to share them!
36ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।
37ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
38ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ୱାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ବନ୍ଦ କରି ରଖିବ।
39ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,
40ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
41ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ।
42ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:36-42ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:36-42