Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:7-14

Help us?
Click on verse(s) to share them!
7ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
8ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
9ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
10ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।
11ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
12ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।
13ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।
14ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:7-14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:7-14