Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:11-22

Help us?
Click on verse(s) to share them!
11ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
12ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
13ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।
14ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।
15ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
16ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
17ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
18ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
19ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
20ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
21ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
22ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:11-22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:11-22