Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:14-24

Help us?
Click on verse(s) to share them!
14ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।
15ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
16ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
17ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
18ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
19ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
20ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
21ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
22ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
23ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
24ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:14-24ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:14-24