Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:18-33

Help us?
Click on verse(s) to share them!
18ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
19ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
20ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
21ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
22ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
23ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
24ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
25ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
26ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।
27ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
28ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।
29ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।
30ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
31ଏହିରୂପେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ୍ କରିବ।
32ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,
33ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:18-33ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:18-33