Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:2-14

Help us?
Click on verse(s) to share them!
2“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।
3ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।
4ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।
5ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
6ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
7ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
8ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
9ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।
10ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
11ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
12ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
13ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।
14ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:2-14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:2-14