Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:25-29

Help us?
Click on verse(s) to share them!
25ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
26ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।
27ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
28ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।
29ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:25-29ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:25-29