Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:5-11 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:5-11 in ଓଡିଆ ବାଇବେଲ

5 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
6 ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
7 ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
8 ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
9 ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।
10 ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
11 ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15 in ଓଡିଆ ବାଇବେଲ