Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:1-6

Help us?
Click on verse(s) to share them!
1ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
2ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
3ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।
4ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।
5ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
6ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:1-6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:1-6