12ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
13ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
14ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।