Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:18-31

Help us?
Click on verse(s) to share them!
18ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।
19ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
20ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
21ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।
22ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
23ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
24ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମ ବଳି ଓ ଲୋକମାନଙ୍କର ହୋମ ବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
25ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
26ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
27ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
28ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
29ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
30କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
31ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:18-31ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:18-31