Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:19-22

Help us?
Click on verse(s) to share them!
19ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
20ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
21ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।
22ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:19-22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:19-22