Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:20-24

Help us?
Click on verse(s) to share them!
20ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
21ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।
22ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
23ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
24ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମ ବଳି ଓ ଲୋକମାନଙ୍କର ହୋମ ବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:20-24ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:20-24