27ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
28ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
29ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
30କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
31ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
32ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ।
33ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।