Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:3-13 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:3-13 in ଓଡିଆ ବାଇବେଲ

3 ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।
4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।
5 ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
7 ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
8 ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।
9 ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।
10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।
11 ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16 in ଓଡିଆ ବାଇବେଲ