Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17:10-15

Help us?
Click on verse(s) to share them!
10ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
11କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।
12ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
13ଆଉ, ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।
14କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।
15ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17:10-15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17:10-15