Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17:4-10

Help us?
Click on verse(s) to share them!
4ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
5ଏହେତୁ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
6ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।
7ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
8ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,
9ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
10ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17:4-10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17:4-10