Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:10-14 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:10-14 in ଓଡିଆ ବାଇବେଲ

10 ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18 in ଓଡିଆ ବାଇବେଲ