13ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
14ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
15ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
16ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
17ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
18ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତା’ର ଭଗିନୀକୁ ଗ୍ରହଣ କରିବ ନାହିଁ।
19ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।