Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:19-29

Help us?
Click on verse(s) to share them!
19ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
20ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
21ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
22ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
23ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
24ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
25ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍‍ଗାର କରୁଅଛି।
26ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
27କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
28ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍‍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍‍ଗାର କରିବ।
29ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:19-29ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:19-29