Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:2-13 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:2-13 in ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
6 ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
10 ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18 in ଓଡିଆ ବାଇବେଲ