6ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
7ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
8ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
9ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
10ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
11ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
12ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
13ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
14ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।