Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:1-11

Help us?
Click on verse(s) to share them!
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
3ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
4ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
6ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।
7ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।
8ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
9ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
10ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
11ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:1-11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:1-11