Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:11-20

Help us?
Click on verse(s) to share them!
11ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
12ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
13ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
14ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
15ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
16ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।
17ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
18ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
19ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
20ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍‍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:11-20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:11-20