19ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
20ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ।
21ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ।
22ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।
23ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହା ସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।