Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-35

Help us?
Click on verse(s) to share them!
26ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
27ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
28ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
29ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।
30ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
31ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
32ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
33ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।
34ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
35ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-35ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-35