27ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
28ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
29ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।
30ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
31ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।