Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:27-35 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:27-35 in ଓଡିଆ ବାଇବେଲ

27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।
30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
32 ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।
34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
35 ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19 in ଓଡିଆ ବାଇବେଲ