Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:7-16

Help us?
Click on verse(s) to share them!
7ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।
8ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
9ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
10ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
11ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
12ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
13ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
14ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
15ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
16ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:7-16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:7-16