Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:9-12

Help us?
Click on verse(s) to share them!
9ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
10ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
11ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
12ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:9-12ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:9-12