Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:1-10

Help us?
Click on verse(s) to share them!
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
3ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
4ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
5ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
6ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
7ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
10ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:1-10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:1-10