Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:10-19

Help us?
Click on verse(s) to share them!
10ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
11ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
12ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
13ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
14ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
15ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
16ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
17ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
18ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
19ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:10-19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:10-19