Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:17-22 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:17-22 in ଓଡିଆ ବାଇବେଲ

17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍‍ଗାର କରିବ ନାହିଁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 in ଓଡିଆ ବାଇବେଲ