20ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
21ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
22ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
23ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।