Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:20-27

Help us?
Click on verse(s) to share them!
20ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
21ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
22ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍‍ଗାର କରିବ ନାହିଁ।
23ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
24ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
25ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ୍ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ୍ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
26ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।
27ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:20-27ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:20-27