Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:7-14 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:7-14 in ଓଡିଆ ବାଇବେଲ

7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8 ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 in ଓଡିଆ ବାଇବେଲ