Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:11-15 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:11-15 in ଓଡିଆ ବାଇବେଲ

11 କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
12 ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
13 ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21 in ଓଡିଆ ବାଇବେଲ