Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:13-22 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:13-22 in ଓଡିଆ ବାଇବେଲ

13 ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
16 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
17 “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
19 ଭଗ୍ନପାଦ, ଭଗ୍ନହସ୍ତ,
20 କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
22 ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21 in ଓଡିଆ ବାଇବେଲ