Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:16-23

Help us?
Click on verse(s) to share them!
16ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
17“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
18ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
19ଭଗ୍ନପାଦ, ଭଗ୍ନହସ୍ତ,
20କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
21ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
22ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ।
23ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:16-23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:16-23