Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-11

Help us?
Click on verse(s) to share them!
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
3ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
4ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;
5ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,
6ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
7ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।
8ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
9ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
10ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
11ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-11