Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-11 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-11 in ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
4 ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;
5 ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,
6 ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
7 ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।
8 ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22 in ଓଡିଆ ବାଇବେଲ