Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:11-16

Help us?
Click on verse(s) to share them!
11ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।
12ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।
13ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।
14ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।
15ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ।
16ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:11-16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:11-16