Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:21-23

Help us?
Click on verse(s) to share them!
21ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।
22ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।
23ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:21-23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:21-23