Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:22-25 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:22-25 in ଓଡିଆ ବାଇବେଲ

22 ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।
23 ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।
25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।”
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22 in ଓଡିଆ ବାଇବେଲ