13ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ।
14ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜାଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
15ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।
16ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।