Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:14-22

Help us?
Click on verse(s) to share them!
14ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜାଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
15ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।
16ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।
17ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।
18ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
19ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।
20ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
21ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
22ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:14-22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:14-22